ରିପୋର୍ଟ କାର୍ଡ / ପୁରୀ
ଚୈତ୍ର ମାସ କୃଷ୍ଣ ଚତୁର୍ଦଶୀ ତିଥିରେ ଆଜି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ବନକ ଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ। ପରମ୍ପରା ଅନୁଯାୟୀ ଦ୍ବିପ୍ରହର ଧୂପ ଶେଷ ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପନ୍ନ କରାଯାଇଥାଏ।






More Stories
IAS ସ୍ତରରେ ଅଦଳବଦଳ…..
ସାମିଲ ହେବେ ଯୁବ ଓ କଟିଥିବା ଭୋଟର…..
ଝଡବର୍ଷା ସମ୍ଭାବନା…..