Report Card Odisha

| Daily Odia News

ଜୁନ ୧୫ ଯାଏଁ ଭକ୍ତଙ୍କୁ ଶ୍ରୀମନ୍ଦିର ପ୍ରବେଶ ମନା…..

ରିପୋର୍ଟ କାର୍ଡ / ପୁରୀ

ପୁଣି ବଢ଼ିଲା ଶ୍ରୀମନ୍ଦିର କଟକଣା | ଜୁନ ୧୫ ତାରିଖ ଯାଏଁ ଭକ୍ତଙ୍କୁ ଶ୍ରୀମନ୍ଦିର ପ୍ରବେଶ ମନା । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି କଟକଣା ଅବଧି ବୃଦ୍ଧି କରାଯାଇଛି । କୋଭିଡ୍ ସ୍ଥିତିକୁ ନେଇ ଶ୍ରୀମନ୍ଦିର ଓ ଜିଲ୍ଲା ପ୍ରଶାସନ ପକ୍ଷରୁ କରାଯାଇଥିବା ସମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଖାଲି ଭକ୍ତଙ୍କୁ ବାରଣ କରାଯାଇ ନାହିଁ ବରଂ ସବୁ ସେବାୟତଙ୍କୁ ମଧ୍ୟ ମନ୍ଦିର ଭିତରକୁ ଅନୁମତି ଦିଆଯିବ ନାହିଁ। ସୀମିତ ସେବାୟତଙ୍କୁ ନେଇ ଶ୍ରୀଜିଉଙ୍କ ନୀତିକାନ୍ତି ଜାରି ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି । ପୂର୍ବରୁ କେବଳ ଶନିବାର ଓ ରବିବାର ଦିନ ଭକ୍ତଙ୍କ ଦର୍ଶନ ବନ୍ଦ ରହିଥିଲା। ପରେ ମେ ୧୫ ଯାଏଁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିରରେ କଟକଣା ଜାରି ରହିଥିଲା। ତେବେ ଏହି ସମୟରେ ସୀମିତ ସେବାୟତଙ୍କୁ ନେଇ ନୀତିକାନ୍ତି ଜାରି ରହିବ। ଶ୍ରୀମନ୍ଦିର ଓ ଜିଲ୍ଲା ପ୍ରଶାସନର ହୋଇଥିବା ବୈଠକରେ କୋଭିଡ୍ ସ୍ଥିତିର ସମୀକ୍ଷା ପରେ ଜୁନ ୧୫ ଯାଏ ଶ୍ରୀମନ୍ଦିର ବନ୍ଦ ରଖାଯିବା ନିଷ୍ପତ୍ତି ନିଆଯାଇଛି।

Breaking News