ରିପୋର୍ଟ କାର୍ଡ / ପୁରୀ
ଆଜି ପୁରୀ ପୌରପାଳିକାର ସମସ୍ତ ସ୍କୁଲ ବନ୍ଦ କରାଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତ ଓ ନୌସେନା ଦିବସ ପାଳନ ହେବାକୁ ଥିବାରୁ ସବୁ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି ପୁରୀ ଜିଲ୍ଲା ପ୍ରଶାସନ। ପୁରୀ ପୌରପାଳିକାରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ପ୍ରାଥମିକ, ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ସ୍କୁଲ୍ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛି ଜିଲ୍ଲା ପ୍ରଶାସନ। ଏଥିସହ ସହର ନିକଟବର୍ତ୍ତୀ ମଦର୍ସ ପବ୍ଲିକ ସ୍କୁଲ, ପ୍ରଭୁଶ୍ରୀ ଇଂଲିଶ ମିଡିୟମ୍ ସ୍କୁଲ, ଚନ୍ଦ୍ରଶେଖର ଏକାଡେମୀ, ସେଣ୍ଟ ଜାଭିୟର ସ୍କୁଲ ମଧ୍ୟ ବନ୍ଦ ରହିବ। ତେବେ NCERT ଦ୍ୱାରା ପରିଚାଳିତ PARAKH ପରୀକ୍ଷା ହେବ। ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମ ଥିବାରୁ ଏହି ପରୀକ୍ଷାକୁ ବନ୍ଦ କରାଯିବ ନାହିଁ। ପରୀକ୍ଷାର୍ଥୀ ମାନେ ସକାଳ ୭ଟାରୁ ୧୨ ମଧ୍ୟରେ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଇପାରିବେ ବୋଲି ନିଷ୍ପତ୍ତି ହୋଇଛି।






More Stories
ରାଜ୍ୟରେ ଡିଜିଟାଲ୍ ଜନଗଣନା ଆରମ୍ଭ….
କଟକରେ ଗାଡି ଜଳିବା ଘଟଣା :ନିଆଁ ଲଗାଇଥିଲେ ମହିଳା…..
ଦୁବେଙ୍କ ବୟାନକୁ ନେଇ ରାଜ୍ୟ ରାଜନୀତି ସରଗରମ…..