ରିପୋର୍ଟ କାର୍ଡ / ପୁରୀ
ଗତକାଲି ବଡଦାଣ୍ଡରେ ଅଟକି ରହିଥିବା ୩ ରଥ ଆଜି ସକାଳୁ ଜନ୍ମବେଦୀ ମୁହାଁ ଗଦଇଛନ୍ତି । ଲକ୍ଷଲକ୍ଷ ଭକ୍ତଙ୍କ ଉପସ୍ଥିତିରେ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ି ଚାଲିଛି ମହାପ୍ରଭୁଙ୍କ ରଥ। ଆଗେ ଆଗେ ଯାଉଛନ୍ତି ବଡ଼ ଭାଇ ବଳଭଦ୍ର। ପଛେପଛେ ଆସୁଛି ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥ। ଶେଷରେ ନନ୍ଦିଘୋଷ ରଥରେ ଆସୁଛନ୍ତି କାଳିଆ ସାଆନ୍ତ। ଘଣ୍ଟଘଣ୍ଟା, ବାଦ୍ୟରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ। ଗତକାଲି ନିର୍ଦ୍ଧାରିତ ସମୟ ନୀତିକାନ୍ତି ସରିବା ପରେ ଅପରାହ୍ନ ୫ଟାରେ ଆରମ୍ଭ ହୋଇଥିଲା ରଥ ଟଣା। ରାଜନଅର ସମ୍ମୁଖରେ ଅଟକିଥିଲା ଦେବୀ ସୁଭଦ୍ରାଙ୍କ ଦର୍ପଦଳନ। ମରିଚିକୋଟ ଛକରେ ଅଟକି ରହିଥିଲା ବଳଭଦ୍ରଙ୍କ ତାଳଧ୍ୱଜ ରଥ। ସେହିପରି ସିଂହଦ୍ୱାର ଠାରୁ ମାତ୍ର ଅଳ୍ପ ଦୂର ଯାଇ ଅଟକିଥିଲେ କାଳିଆ ସାଆନ୍ତ।






More Stories
ଭୁବନେଶ୍ୱର ଗଣବଳାତ୍କାର:ଝିଅମାନେ ରାତି ୮ଟା ପରେ…..
ବଢ଼ିବ ଜମି ମୂଲ୍ୟ…..
ବିଶ୍ଵସନୀୟତା ହରାଉଛି ସରକାର….