ରିପୋର୍ଟ କାର୍ଡ / ପୁରୀ
ଫେବୃଆରୀ ୧ ରୁ ଖୋଲିବ ପୁରୀ ଶ୍ରୀମନ୍ଦିର | ଛତିଶାନିଯୋଗ ବୈଠକ ପରେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଏନେଇ ସୂଚନା ଦେଇଛନ୍ତି । ସାଧାରଣ ଶ୍ରଦ୍ଧାଳୁ ୧ରୁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କାରପାରିବେ | ପୂର୍ବପରି ପ୍ରତି ରବିବାର ଦିନ ଶ୍ରୀମନ୍ଦିର ବନ୍ଦ ରହିବ । ପଶ୍ଚିମ ଦ୍ୱାର ଦେଇ ପୁରୀ ସହରବାସୀ ପ୍ରବେଶ କରିବେ । ଅନ୍ୟ ଶ୍ରଦ୍ଧାଳୁମାନେ ପୂର୍ବ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ । ବିଶେଷ ପର୍ବ ପର୍ବାଣୀ ଗୁଡିକରେ ଶ୍ରୀମନ୍ଦିରରେ ଅତ୍ୟଧିକ ଭିଡକୁ ଦୃଷ୍ଟିରେ ରଖି ଦର୍ଶନ ବନ୍ଦ ରଖାଯିବ। ଦର୍ଶନ ପାଇଁ ଆରଟିପିସିଆର ନେଗେଟିଭ ରିପୋର୍ଟ ଅଥବା କୋଭିଡ ଡବଲ ଡୋଜ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି। ପୂର୍ବ ପରି ଭୋର ସାଢେ ପାଞ୍ଚଟାରୁ ରାତି ୯ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଭକ୍ତ। କିନ୍ତୁ ଦର୍ଶନ ସମ୍ପର୍କରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଖୁବଶୀଘ୍ର ଏସ ଓପି ଜାରୀ କରାଯିବ। ଆଜି ଭର୍ଚୁଆଲ ମାଧ୍ୟମରେ ଅନୁଷ୍ଠିତ ଏହି ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରୀଷନ କୁମାର ଅଧ୍ୟକ୍ଷତା କରିଥିବାବେଳେ ଛତିଶା ନିଯୋଗ ପ୍ରତିନିଧି ଓ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ମାନେ ସାମିଲ ହୋଇଥିଲେ।






More Stories
ବିଧାୟକଙ୍କୁ ହତ୍ୟା ଧମକ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,ବାତ୍ୟା ଆଶଙ୍କା…..
ପିଲାଙ୍କୁ ମିଳିବ ୟୁନିଫର୍ମ…..