ରିପୋର୍ଟ କାର୍ଡ / ପୁରୀ
ଆସନ୍ତାକାଲି ମହାପ୍ରଭୁଙ୍କ ସ୍ନାନଯାତ୍ରା । ପୂର୍ବବର୍ଷ ପରି ଚଳିତବର୍ଷ ମଧ୍ୟ ବିନା ଭକ୍ତରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବ। କରୋନା ନିୟମ ଅନୁଯାୟୀ ଆବଶ୍ୟକ ସଂଖ୍ୟକ ସେବାୟତ ନିୟୋଜିତ ହେବେ। ସ୍ନାନଯାତ୍ରା ଲାଗି ଆଜି ରାତିରୁ ଶ୍ରୀଜିଉଙ୍କ ପହଣ୍ଡି ଆରମ୍ଭ ହେବ । ଶ୍ରୀଜିଉମାନେ ଧାଡି ପହଣ୍ଡିରେ ସ୍ନାନମଣ୍ଡପକୁ ବିଜେ କରିବେ । ୨୪ ତାରିଖ ସକାଳୁ ସ୍ନାନବେଦୀରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଓ ଗଜାନନ ବେଶ ଅନୁଷ୍ଠିତ ହେହବ । ଅପରାହ୍ନରେ ଗଜଓଲାଗି ବେଶ ପରେ ଆରମ୍ଭ ହେବ। ବାହୁଡ଼ା ପହଣ୍ଡି ପରେ ଶ୍ରୀଜିଉଙ୍କ ଅଣସର ନୀତି ଆରମ୍ଭ ହେବ। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଜନ ସମାଗମକୁ ବାରଣ କରିବା ଉଦ୍ଦେଶ୍ୟରେ ପ୍ରଶାସନ ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ୧୪୪ ଧାରା ଜାରି କରାଯାଇଛି। ଆଜି ରାତି ୧୦ଟାରୁ ୨୫ ତାରିଖ ଭୋର ୨ଟା ପର୍ଯ୍ୟନ୍ତ ବଳବତ୍ତର ରହିବ। ତେବେ ସୁରକ୍ଷା ବ୍ୟବସ୍ଥା ଲାଗି ସହରକୁ ୬ଟି ଜୋନରେ ବିଭକ୍ତ କରାଯାଇଛି । ୫ ଜଣ ଅତିରିକ୍ତ ଏସପି, ୩୫ ପ୍ଲାଟୁନ ଫୋର୍ସ, ୨୩ ଡିଏସ୍ପି, ୪୧ରୁ ଅଧିକ ଇନ୍ସପେକ୍ଟର ଓ ୧୫୦ରୁ ଅଧିକ ଅଧିକାରୀ ମୁତୟନ ରହିବେ। ଶ୍ରୀମନ୍ଦିର ଚତୁଃପାର୍ଶ୍ୱ, ବଡ଼ଦାଣ୍ଡ ଓ ପୁରୀ ପ୍ରବେଶ ପଥକୁ ନଜର ରଖିବ ୧୫ ସିସିଟିଭି କ୍ୟାମେରା । କେବଳ ପାସଧାରୀ ସେବାୟତଙ୍କୁ ଶ୍ରୀମନ୍ଦିରକୁ ଛଡ଼ାଯିବ। ଜଳଲାଗି ଓ ହାତୀବେଶ ସମୟରେ ଶ୍ରୀବିଗ୍ରହଙ୍କ ସମ୍ମୁଖରେ ଗହଳି ଏଡ଼ାଇବା ବ୍ୟବସ୍ଥା ହୋଇଛି । ଏଥର କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍ନାନଯାତ୍ରା ବେଳେ ଗଜପତି ମହାରାଜ ଛେରାପହଁରା କରିବେ ନାହିଁ । ବର୍ଷ ବର୍ଷ ଧରି ଚାଲିଆସୁଥିବା ପରମ୍ପରା ଏଥର କୋଭିଡ୍ କଟକଣା ପାଇଁ ଭଙ୍ଗ ହୋଇଛି | ତେବେ ନୀତି ଅନୁଯାୟୀ ଏଥର ଗଜପତି ମହାରାଜଙ୍କ ବଦଳରେ ତାଙ୍କ ପ୍ରତିନିଧି ମୁଦିରସ୍ତ କରିବେ ଛେରାପହଁରା । ଏନେଇ ଗଜପତି ମହାରାଜାଙ୍କ କାର୍ଯ୍ୟାଳୟ ପକ୍ଷରୁ ସଚିବ ସୂଚନା ଦେଇଛନ୍ତି ।
More Stories
ଭଙ୍ଗାଯିବ ବିବାଦୀୟ ବୈକୁଣ୍ଠଧାମ ଆଶ୍ରମ…..
ବିଧାୟକଙ୍କୁ ଆକ୍ରମଣ ଘଟଣାରେ ୧୦ ଗିରଫ…..
ବିଜେଡି ପୁଣି ସରକାରକୁ ଫେରିବା ଅବାସ୍ତବ କଥା….