Report Card Odisha

| Daily Odia News

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ…..

ରିପୋର୍ଟ କାର୍ଡ / ପୁରୀ

ପ୍ରତୀକ୍ଷାର ଅନ୍ତ ଘଟିବ | ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଆଜି ଅପରାହ୍ନ ଗୋଟାଏ ୧୫ରୁ ସାଢ଼େ ଗୋଟାଏ ମଧ୍ୟରେ ଶୁଭଲଗ୍ନରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରେ ସାଢ଼େ ଗୋଟାଏରୁ ୨ଟା ମଧ୍ୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ୱାରା ସଂପନ୍ନ ହେବ ତ୍ରିଦିନାତ୍ମକ ଯଜ୍ଞରେ ପୂର୍ଣ୍ଣାହୂତି। ହୋମ ଯଜ୍ଞ ସରିବା ପରେ ଅନ୍ତଃ ପ୍ରଦକ୍ଷିଣ ପଥରେ ଅଧଘଣ୍ଟା ଧରି ଚାଲିବ ନାମ ସଂକୀର୍ତ୍ତନ ଶୋଭାଯାତ୍ରା। ଚାରି ଦ୍ୱାରରେ ବେଦ ପାଠ ବି କରାଯାଇଛି। ଲୋକାର୍ପଣ ଉତ୍ସବ ପାଇଁ ସବୁ ପ୍ରସ୍ତୁତି ସରିଛି।ଅନ୍ୟପକ୍ଷରେ ପୁରୀ ସମୁଦ୍ର ବେଳାଭୂମିରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଆକର୍ଷଣୀୟ ବାଲୁକା କଳା କରିଛନ୍ତି ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ।

Breaking News