Report Card Odisha

| Daily Odia News

ଖୋଲିଲା ଶ୍ରୀମନ୍ଦିରର ୪ ଦ୍ୱାର….

ରିପୋର୍ଟ କାର୍ଡ / ଭୁବନେଶ୍ବର

ଆଜି ସକାଳେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସକାଳ ମଙ୍ଗଳ ଆଳତି ସରିବା କ୍ଷଣି ଶ୍ରଦ୍ଧାଳୁଙ୍କ ପାଇଁ ଉନ୍ମୁକ୍ତ ହୋଇଥିଲା ଶ୍ରୀମନ୍ଦିରର ସିଂହଦ୍ୱାର ସମେତ ଅନ୍ୟ ତିନି ଦ୍ୱାର ପଶ୍ଚିମ ଦ୍ୱାର ବା ବ୍ୟାଘ୍ର ଦ୍ୱାର, ଉତ୍ତର ଦ୍ୱାର ବା ହସ୍ତି ଦ୍ୱାର ଓ ଦକ୍ଷିଣ ଦ୍ୱାର ବା ଅଶ୍ୱ ଦ୍ୱାର। ସବୁ ଦ୍ୱାର ଖୋଲିବା ପରେ ଭକ୍ତମାନେ ମନ୍ଦିର ପ୍ରବେଶ କରି ଠାକୁରଙ୍କୁ ଦର୍ଶନ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ନୂତନ ମନ୍ତ୍ରି ପରିଷଦର ସମସ୍ତ ସଦସ୍ୟଙ୍କ ଉପସ୍ଥିତିରେ ଖୋଲିଛି ଶ୍ରୀମନ୍ଦିରର ୪ଦ୍ୱାର। ଭକ୍ତ ଓ ଭଗବାନଙ୍କ ମଧ୍ୟରେ ଥିବା ଯେଉଁ ପ୍ରତିବନ୍ଧକ ଆଜି ହଟି ଯାଇଛି। ବିନା ବାଧାରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି ଭକ୍ତ। ୪ ଦ୍ୱାର ଖୋଲିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ମହାପ୍ରଭୁଙ୍କ ଅପାର କରୁଣାରୁ ରାଜ୍ୟରେ ନୂଆ ସରକାର ଆସିଛି। ମହାପ୍ରଭୁଙ୍କ ଆଶୀର୍ବାଦରେ ୪ ଦ୍ୱାର ଖୋଲାଯାଇଛି। ଦର୍ଶନ କରିବା ସହ ମନ୍ଦିର ଭିତର ଓ ବାହାରର ସ୍ଥିତି ଅନୁଧ୍ୟାନ କରିଥିଲୁ। ଶୃଙ୍ଖଳିତ ଦର୍ଶନ ନେଇ ଯାହା ଆବଶ୍ୟକ ସମସ୍ତ ପଦକ୍ଷେପ ନେବୁ।

Breaking News