ରିପୋର୍ଟ କାର୍ଡ / ପୁରୀ
ଆଜି ଫାଲଗୁନ କୃଷ୍ଣପକ୍ଷ ସପ୍ତମୀ ତିଥି ଦାରୁବ୍ରହ୍ମଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ | ଏଥିପାଇଁ ଅପରାହ୍ଣ ୫ରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ଭକ୍ତମାନେ ଶ୍ରୀମନ୍ଦିରକୁ ଯାଇ ଅନ୍ୟ ଦେବଦେବୀଙ୍କୁ ଦର୍ଶନ କରିବା ସହ ଆନନ୍ଦ ବଜାରରୁ ମହାପ୍ରସାଦ କିଣି ପାରିବେ। ପରମ୍ପରା ଅନୁଯାୟୀ ଶ୍ରୀଜୀଉଙ୍କ ଦ୍ବିତୀୟ ଭୋଗମଣ୍ଡପ ନୀତି ଶେଷହେବା ପରେ ଭିତରୁ ଜୟବିଜୟ ଦ୍ବାର ବନ୍ଦ କରାଯିବ। ବିଭିନ୍ନ ପ୍ରାକୃତିକ ରଙ୍ଗ ସହ ଦତ୍ତମହାପାତ୍ର େସବକ ଭିତରେ ପ୍ରବେଶ କରିବେ। ମହାପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ ଏବଂ ଦେବୀ ସୁଭଦ୍ରାଙ୍କ ବନକଲାଗି କରାଯିବ। ବନକଲାଗି ଶେଷ ପରେ ମହାପ୍ରଭୁଙ୍କୁ ସ୍ନାନ, ବେଶ, ସନ୍ଧ୍ୟାଆଳତି, ସନ୍ଧ୍ୟାଧୂପ, ବଡ଼ସିଂହାର ବେଶ, ବଡ଼ସିଂହାର ଭୋଗ ଏବଂ ରାତ୍ରପହୁଡ଼ ଅନୁଷ୍ଠିତ ହେବ।






More Stories
ଡି.ଏ.ଭି.ପବ୍ଲିକ ସ୍କୁଲ ରେ ‘ହର ଘର ତିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ…..
“ମୋ କଣ୍ଠ, ମୋ ପରିଚୟ” ପ୍ରତିଯୋଗିତା ଅନୁଷ୍ଠିତ…..
ସୌମ୍ୟ ହତ୍ୟା ମାମଲା:ମିଳିଲାନି ପ୍ରମାଣ,ମୁକୁଳିଲେ ଅଭିଯୁକ୍ତ…..