Report Card Odisha

| Daily Odia News

ଆଜିଠୁ ନାଟମଣ୍ଡପ ମରାମତି କାମ…..

ରିପୋର୍ଟ କାର୍ଡ / ପୁରୀ

ଆଜିଠାରୁ ଆରମ୍ଭ ହେବ ଶ୍ରୀମନ୍ଦିରରେ ନାଟମଣ୍ଡପ ମରାମତି କାମ । ଦିନ ଗୋଟାଏରୁ କାମ ଆରମ୍ଭ ହୋଇ ସନ୍ଧ୍ୟା ୭ଟାରେ ଶେଷ ହେବ । ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ ଏହି ମରାମତି କାମ କରାଯିବ । ଏଥିପାଇଁ ଶ୍ରୀଜିଉଙ୍କ ପୂଜାବିଧିର ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି। ରାତି ୩ଟା ୧୪ରେ ଦ୍ବାରଫିଟା ନୀତି ହୋଇଛି। ରାତି ଗୋଟାଏ ୨୬ରେ ହୋଇଥିଲା ରାତ୍ର ପହୁଡ। ପରେ ମଙ୍ଗଳଆଳତି, ତଡପଲାଗି, ଅବକାଶ ନୀତି ପରେ ବେଶ ସମ୍ପନ୍ନ। ସେହିପରି ୧୦ଟାରୁ ୧୧ଟା ୩୦ ମଧ୍ୟରେ ମଧ୍ୟହ୍ନ ଧୂପ, ୧୦ଟା ୩୦ରୁ ଅପରାହ୍ନ ଗୋଟାଏ ମଧ୍ୟରେ ଦ୍ବିତୀୟ ଭୋଗମଣ୍ଡପ ନୀତି କରିଯିବ। ମରାମତି କାର‌୍ୟ୍ୟ ମାର୍ଚ୍ଚ ୧୯ ତାରିଖ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖାଯାଇଛି। ମରାମତି କାର‌୍ୟ୍ୟ ପ୍ରତିଦିନ ମଧ୍ୟାହ୍ନ ଗୋଟାଏରୁ ସନ୍ଧ୍ୟା ୭ଟା ପର‌୍ୟ୍ୟନ୍ତ ଚାଲିବ । ସେପଟେ ମରାମତି କାମ ପାଇଁ ଯେଭଳି ଦର୍ଶନ ବ୍ୟବସ୍ଥା ବାଧାପ୍ରାପ୍ତ ହେବ ନାହିଁ, ସେଥିପାଇଁ ବ୍ୟବସ୍ଥା ହୋଇଛି ।

Breaking News