ରିପୋର୍ଟ କାର୍ଡ / ପୁରୀ
ଜୁଲାଇ ୧୭ ଅର୍ଥାତ ବୁଧବାର ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କର ସୁନାବେଶ ଅନୁଷ୍ଠିତ ହେବ । ସୁନାବେଶ ପାଇଁ ପୁରୀରେ ବ୍ୟାପକ ପୋଲିସ ବ୍ୟବସ୍ଥା କରାଯିବ । ଏନେଇ ଆଜି ସାମ୍ବାଦିକ ସମ୍ମିଳନୀ ଯୋଗେ ପୁରୀ ଏସପି ପିନାକ ମିଶ୍ର ସୂଚନା ଦେଇଛନ୍ତି । ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି । ପୁରୀ ଏସପି କହିଛନ୍ତି, ସୁନାବେଶରେ ଲକ୍ଷାଧିକ ଭକ୍ତଙ୍କ ଭିଡ ଜମିବ । ଏହାକୁ ଦୃଷ୍ଟିରେ ରଖି ଟ୍ରାଫିକ ଓ ଭିଡ ନିୟନ୍ତ୍ରଣ ଉପରେ ସ୍ୱତନ୍ତ୍ର ଗୁରୁତ୍ୱ ଦିଆଯିବ । ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଶ୍ରୀମାର୍ଗ ଦେଇ ମଧ୍ୟ ଶ୍ରଦ୍ଧାଳୁ ଆସିପାରିବେ । କାକୁଡିଖାଇ, ଦୋଳମଣ୍ଡପ, ଦୋଳବେଦୀ ଛକ ପ୍ରେସର ପଏଣ୍ଟ । ସମସ୍ତ ପ୍ରେସର ପଏଣ୍ଟ ଉପରେ ନଜର ରହିବ ବୋଲି ପୁରୀ ଏସପି କହିଛନ୍ତି।
More Stories
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..
ସୃଷ୍ଟି ହେଲା ଯୋଡ଼ା ଲଘୁଚାପ: ପ୍ରବଳ ବର୍ଷୀବ,ଏହି ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଜାରି…..
୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି…..