ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପୁଷ୍କର ସିଂ ଧାମୀ ଦ୍ୱିତୀୟ ଥର ପାଇଁ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଆଜି ଡେରାଡୁନ୍ ପରେଡ୍ ଗ୍ରାଉଣ୍ଡରେ ଆୟୋଜିତ ଭବ୍ୟ ସମାରୋହରେ ସେ ଦ୍ଵିତୀୟ ଥର ଶପଥପାଠ ଗ୍ରହଣ କରିଛନ୍ତି। ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ଏବଂ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀ ପ୍ରମୁଖ ଯୋଗ ଦେଇଥିଲେ। ସେହିପରି ଅନ୍ୟ ବିଜେପି ନେତାଙ୍କ ମଧ୍ୟରେ ଯୋଗୀ ଆଦିତ୍ୟନାଥ, ମନୋହରଲାଲ ଖଟ୍ଟର, ପ୍ରମୋଦ ସାୱନ୍ତ, ମୀନାଖି ଲେଖି ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ୮ ଜଣ କ୍ୟାବିନେଟ ମନ୍ତ୍ରୀଭାବେ ମଧ୍ୟ ଶପଥ ଗ୍ରହଣ କରିଛନ୍ତି। ଉଲ୍ଲେଖ ଯୋଗ୍ୟ-ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନରେ ବିଜେପି ବହୁମତ ହାସଲ କରିଥିଲେ ବି ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମୀ ଖଟିମା ଆସନରୁ ନିର୍ବାଚନ ହାରିଥିଲେ। ଏହା ପରେ ଦଳ ତାଙ୍କୁ ପୁଣି ଥରେ ମୁଖ୍ୟମନ୍ତ୍ରୀ କରିବ ନାହିଁ ବୋଲି ଆଶା କରାଯାଉଥିଲା। ହେଲେ ସୋମବାର ହୋଇଥିବା ବିଧାୟକ ଦଳ ବୈଠକରେ ହାରିଥିବା ପୁଷ୍କର ଧାମୀଙ୍କୁ ହିଁ ନେତା ବଛାଯାଇଥିଲା।






More Stories
ଆସନ୍ତାକାଲି ବିଭିନ୍ନ ପ୍ରକଳ୍ପ ଲୋକାର୍ପଣ କରିବେ ମୋଦୀ…..
ଓଲଟିଲା ଟ୍ରକ୍;ଆଖି ବୁଜିଲେ ୧୨ ଯାତ୍ରୀ…..
ଡିଜିପି ମନୋନୟନ ମାମଲା;ଆଜି ସୁପ୍ରିମକୋର୍ଟରେ ଶୁଣାଣି…..