ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ପଦାକୁ ନେଇ ଲାଗିରହିଥିବା ଚର୍ଚ୍ଚାର ଦି ଏଣ୍ଡ୍ ହୋଇଛି । ପୁଷ୍କର ସିଂ ଧାମି ହେବେ ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ | ଏ ନେଇ ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ନିଆଯାଇଛି । ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ହେବେ ୪୫ ବର୍ଷୀୟ ଧାମି ବୋଲି ସୂଚନା ମିଳିଛି। ୨ ଥରର ବିଧାୟକ ଧାମି ପୂର୍ବରୁ କେବେ ବି ମନ୍ତ୍ରୀ ହୋଇନାହାନ୍ତି। କିନ୍ତୁ ସେ ଏବେ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ତୀରଥ ସିଂ ରାୱତଙ୍କ ସ୍ଥାନ ନେବେ ପୁଷ୍କର ସିଂ ଧାମି। ଗତକାଲି ତୀରଥ ସିଂହ ରାଓ୍ବତ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ତୀରଥ୍ ସିଂହ ରାଓ୍ବତ ଇସ୍ତଫା ଦେବାପରେ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଆସନରେ କିଏ ବସିବେ ସେ ନେଇ କଳ୍ପନାଜଳ୍ପନା ଲାଗି ରହିଥିବା । ଶେଷରେ ପୁଷ୍କର ସିଂ ଧାମିଙ୍କୁ ମୁଖ୍ୟମନ୍ତ୍ରୀ ଚୌକିରେ ବସାଇବାକୁ ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ନିଆଯାଇଛି ।






More Stories
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..
ଆଜିଠୁ ଏସୀୟ କ୍ରୀଡ଼ା ମହାକୁମ୍ଭ…..
ପାକିସ୍ତାନରେ ବିସ୍ଫୋରଣ;୧୫ ମୃତ…..