Report Card Odisha

| Daily Odia News

ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ଖଲ୍ଲିକୋଟର ରାଣୀ ତଥା ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ ହୋଇଯାଇଛି । ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଗତକାଲି ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷନିଶ୍ୱାସ ତ୍ୟାଗକରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ଖଲ୍ଲିକୋଟ ଓ କବିସୂର୍ଯ୍ୟନଗରରୁ ୧୦ ଥର ବିଧାୟିକା ହୋଇଛନ୍ତି ସୁଜ୍ଞାନ କୁମାରୀ। ଖଲ୍ଲିକୋଟ ନିର୍ବାଚନମଣ୍ଡଳୀରୁ ୮ଥର ଓ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀରୁ ୨ଥର ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ଚେନ୍ନାଇ ଯାଇ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିିଥିଲେ। ଏହାପରେ ରାତି ୧୨ଟା ୪୪ ମିନିଟରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ରାଣୀଙ୍କ ବିୟୋଗରେ ରାଜ୍ୟ ରାଜନୀତି ମହଲରେ ଶୋକର ଛୋୟା ଖେଳିଯାଇଛି।

Breaking News