ରିପୋର୍ଟ କାର୍ଡ / ଭୁବନେଶ୍ଵର
ଆଇଏଏସ୍ ଆର୍.ସନ୍ଥଗୋପାଳନଙ୍କୁ ରାଜ୍ୟ ଶ୍ରମ ଓ ଇଏସ୍ଆଇ ବିଭାଗର ସଚିବ ଭାବେ ନିଯୁକ୍ତ କରାଯାଇଛି। ରାଜ୍ୟ ଶ୍ରମ ଓ ଇଏସ୍ଆଇ ବିଭାଗର ପ୍ରମୁଖ ସଚିବ ୧୯୯୫ ବ୍ୟାଚର ଆଇଏଏସ୍ ଚିତ୍ରା ଅରୁମୁଗମ୍ଙ୍କୁ ଯୋଜନା ଓ ସଂଯୋଜନ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି । ଶ୍ରୀମତି ଅରୁମୁଗମ୍ ୨୦୨୦ ଅଗଷ୍ଟ ମାସରୁ ଏହି ବିଭାଗରେ ଦାୟିତ୍ୱରେ ରହିଥିଲେ। ତେବେ ସ୍ୱାସ୍ଥ୍ୟଗତ କାରଣରୁ ଶ୍ରୀମତି ଅରୁମୁଗମଙ୍କ ଅନୁରୋଧରେ ସରକାର ତାଙ୍କୁ ଏହି ନୂଆ ଦାୟିତ୍ୱ ଦେଇଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରିହୋଇଛି | ସୂଚନା ଅନୁସାରେ ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ ୨୦୦୧ ବ୍ୟାଚ୍ର ଆଇଏଏସ୍ ଆର୍.ସନ୍ଥଗୋପାଳନ |






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..