ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କଂଗ୍ରେସ ନେତା ରାହୁଲ ଗାନ୍ଧୀ କେରଳର ୱାୟନାଡ ଆସନରୁ ଲୋକସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି। ଆଜି ବିଶାଳ ରୋଡ ସୋରେ ଯାଇ ନାମାଙ୍କନ ଦାଖଲ କରିଛନ୍ତି। ଏହି ସମୟରେ ରାହୁଲଙ୍କ ସହିତ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ ଦଳର ବରିଷ୍ଠ ନେତାମାନେ ଉପସ୍ଥିତ ରହିଥିଲେ। ହଜାର ହଜାର ସମର୍ଥକଙ୍କ ସହ ଯାଇ ରାହୁଲ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଗତ ୨୦୧୯ ନିର୍ବାଚନରେ ଏଠାରେ ୪ ଲକ୍ଷରୁ ଅଧିକ ଭୋଟ ବ୍ୟବଧାନରେ ଜିତିଥିଲେ। ଏହି ନିର୍ବାଚନରେ ରାହୁଲଙ୍କ ବିପକ୍ଷରେ ଅଛନ୍ତି ସିପିଆଇ ସାଧାରଣ ସମ୍ପାଦକ ଡି ରାଜାଙ୍କ ପତ୍ନୀ ଆନି ରାଜା । ଦଳ ତାଙ୍କୁ ୱାୟନାଡରୁ ପ୍ରାର୍ଥୀ କରିଛି । ରାହୁଲଙ୍କ ବିପକ୍ଷରେ ବିଜେପି ରାଜ୍ୟ ସଭାପତି କେ ସୁରେନ୍ଦ୍ରନ ନିର୍ବାଚନ ମଇଦାନକୁ ଓହ୍ଲାଇବେ ।






More Stories
ରାଜ୍ୟ ସଭାରେ ଉଠିଲା ଓଡ଼ିଶାର ଜାତିଗତ ଭେଦଭାବ କଥା……
ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ….
ସଂସଦ କାର୍ଯ୍ୟ ୯ ପର୍ଯ୍ୟନ୍ତ ମୁଲତବୀ…..