ରିପୋର୍ଟ କାର୍ଡ / ଭୁବନେଶ୍ବର
ବାଲେଶ୍ଵର ଫକୀରମୋହନ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ଆତ୍ମାହୁତି ଘଟଣା । ଶୋକ ପ୍ରକାଶ କଲେ ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ଆଜି ସେ ହ୍ବାଟ୍ସ ଆପ୍ ରେ ଭିଡିଓ କଲ କରି ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ମୃତ ସୌମ୍ୟାଶ୍ରୀଙ୍କ ବାପାଙ୍କ ସହ କଥା ହୋଇଛନ୍ତି। ସୌମ୍ୟାଶ୍ରୀଙ୍କ ବାପାଙ୍କ ଠାରୁ ପୁରା ଘଟଣା ସମ୍ପର୍କରେ ପଚାରି ବୁଝିବା ସହ ଏହି ଦୁଃଖଦ ସମୟରେ ଦୃଢମନା ହୋଇ ରହିବାକୁ ପରାମର୍ଶ ଦେଇଥିଲେ। ଆହୁରି ମଧ୍ୟ ସେ କହିଛନ୍ତି ଯେ ପର୍ଯ୍ୟନ୍ତ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ନମିଳିଛି , ସେ ପର୍ଯ୍ୟନ୍ତ କଂଗ୍ରେସ ଲଢେଇ ଜାରି ରଖିବ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..