Report Card Odisha

| Daily Odia News

ଘର ଛାଡିଲେ ରାହୁଲ……

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ମୋଦି ସରନେମ’ ଅପରାଧିକ ମାନହାନୀ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଲୋକସଭା ସଦସ୍ୟ ପଦ ହରାଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧି ଶନିବାର ଦିଲ୍ଲୀର ୧୨ ତୋଗଲକ ରୋଡ୍‌ ସ୍ଥିତ ତାଙ୍କ ସରକାରୀ ବାସଭବନ ଖାଲି କରି ଦେଇଛନ୍ତି। ସେ ଘରର ଚାବି ଲୋକସଭା ସଚିବାଳୟକୁ ହସ୍ତାନ୍ତର କରିଛନ୍ତି। ଲୋକସଭା ସଦସ୍ୟ ପଦ ରଦ୍ଦ ହେବା ପରେ ଏପ୍ରିଲ ୨୨ ତାରିଖ ସୁଦ୍ଧା ସରକାରୀ ବାସଭବନ ଛାଡ଼ିବାକୁ ଲୋକସଭା ସଚିବାଳୟ ପକ୍ଷରୁ ରାହୁଲ ଗାନ୍ଧିଙ୍କୁ ନୋଟିସ ଜାରି କରାଯାଇଥିଲା। ନିୟମ ଅନୁଯାୟୀ କୌଣସି କାରଣରୁ କୌଣସି ସାଂସଦଙ୍କ ସଦସ୍ୟତା ରଦ୍ଦ ହୋଇଗଲେ ସେ ଆଉ ସରକାରୀ ଘରେ ରହିପାରିବେ ନାହିଁ। ତା’ସହିତ ଘର ଛାଡ଼ିବା ପାଇଁ ତାଙ୍କୁ ମାସେ ସମୟ ଦେବାର ବ୍ୟବସ୍ଥା ରହିଛି। ଘର ଛାଡ଼ିବାକୁ ନୋଟିସ୍ ପାଇବା ପରେ ଏପ୍ରିଲ ୧୪ରୁ ଏହି ପ୍ରକ୍ରିୟା ଆରମ୍ଭ କରି ଦେଇଥିଲେ ରାହୁଲ। ଶୁକ୍ରବାର ଅପରାହ୍ଣରେ ଟ୍ରକରେ ତାଙ୍କର ସମସ୍ତ ଜିନିଷ ସ୍ଥାନାନ୍ତର କରାଯାଇଥିଲା। ଶନିବାର ସେ ଘର ଛାଡ଼ି ଦେଇଛନ୍ତି। ଏବେ କିଛି ଦିନ ରାହୁଲ ତାଙ୍କ ମା’ଙ୍କ ଘରେ ରହିବେ। ତାଙ୍କର ସମସ୍ତ ଜିନିଷପତ୍ର ମଧ୍ୟ ତାଙ୍କ ମା’ଙ୍କ ଘରେ ରଖାଯାଇଥିବା ଜଣାପଡିଛି |

Breaking News