ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଗାମୀ ୮ ଓ ୯ ତାରିଖରେ ରାଜ୍ୟରେ କିଛି ଜିଲ୍ଲାରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏଥିସହ ରାଜ୍ୟର କିଛି ଜିଲ୍ଲାରେ ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି। ତେଣୁ ପ୍ରବର ଶୀତ ହେବ ବୋଲି ଆକଳନ କରାଯାଉଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ୮ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣରେ ବର୍ଷା ହୋଇପାରେ। ତେବେ ବାକି ଜିଲ୍ଲାରେ ପାଗ ସାଧାରଣରେ ମେଘୁଆ ରହିବ। ସେହିପରି ୯ ତାରିଖରେ ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ଢ଼େଙ୍କାନାଳ, ଅନୁଗୋଳ, ଯାଜପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ବାକି ଜିଲ୍ଲାରେ ପାଗ ସାଧାରଣରେ ମେଘୁଆ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……