Report Card Odisha

| Daily Odia News

୩୦ ଯାଏଁ ବର୍ଷୀବ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଶନିବାର କଟକ, ଅନୁଗୋଳ, ଢେଙ୍କାନାଳ ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି।

Breaking News