Report Card Odisha

| Daily Odia News

ଆଜିଠୁ ରାଜ୍ୟରେ କମିବ ବର୍ଷା…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ଆଜିଠୁ ରାଜ୍ୟରେ ବର୍ଷା କମିବ। ଉପକୂଳ ତଥା ସଂଲଗ୍ନ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ବେ‌ଳେ ପବନର ବେଗ ୪୦ରୁ ୫୦ କିମି ଯାଏ ରହିବ। ବିଶେଷକରି, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ ଓ ଅନୁଗୁଳ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ହସ୍ତଗତ ସୂଚନା ଅନୁସାରେ, ୨୦ ତାରିଖ ଦିନ ବି ପଶ୍ଚିମା ଝଡ଼ ପ୍ରଭାବ କିଛି ମାତ୍ରାରେ ରହିବ। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ଅଳ୍ପ ବର୍ଷା ହୋଇପାରେ। ଆଜି ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳରେ ମେଘୁଆ ପାଗ ରହିବା ସହ ବର୍ଷା ହେବ। ପବନର ବେଗ ବି ଟିକେ ଅଧିକ ରହିବ। ଦିନର ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୨ ଡିଗ୍ରି ମଧ୍ୟରେ ରହି। ଅନ୍ୟପଟେ ଶନିବାର ଦିନ ରାଜ୍ୟର କେତେକ ଅଞ୍ଚଳରେ କୁଆପଥର ବର୍ଷା ହୋଇଯାଇଛି। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ଖୋର୍ଧା, ନୟାଗଡ଼ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାର କିଛିସ୍ଥାନରେ କୁଆପଥର ବର୍ଷା ହୋଇଛି।

 

Breaking News