ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାଜ୍ୟରେ କେତେକ ଜିଲ୍ଲାରେ ଝଡ଼ବର୍ଷା, ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଉ ଏହାକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲଫ୍ କମିଶନର(ଏସ୍ଆରସି) । ଆଜି ୯ ତାରିଖ ସକାଳ ସାଢ଼େ ୮ଟାରୁ ୧୦ ତାରିଖ ସାଢ଼େ ୮ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ଓ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ତେବେ ଏଥିପାଇଁ କୌଣସି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇନାହିଁ । ସେହିପରି ୧୦ ତାରିଖ ସକାଳ ସାଢ଼େ ୮ଟାରୁ ୧୧ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ କାଳବୈଶାଖୀ ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କେନ୍ଦୁଝର ଓ ମୟୂରଭଞ୍ଜ ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣି ।ଗ ବିଜ୍ଞାନ କେନ୍ଦ୍ର ।
More Stories
ପ୍ରଫେସର ବୁଲୁ ମହାରଣା ନିଲମ୍ୱିତ…..
ନିଯୁକ୍ତ ହେବେ ସ୍ବାସ୍ଥ୍ୟ କର୍ମୀ,ରହିତାଦେଶ ହଟାଇଲେ ହାଇକୋର୍ଟ…..
ଜାଲ୍ ଦସ୍ତାବିଜ୍ ଦେଇ ଋଣ:ବିଲ୍ଡର ଦମ୍ପତି ଗିରଫ…..