ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାଜ୍ୟରେ କେତେକ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଯାଇଛି | ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଅନୁସରେ ଆସନ୍ତା କାଲିଠୁ ରାଜ୍ୟରେ ବଢିବ ବର୍ଷା । କେତେକ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା । ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି | ଜିଲ୍ଲା ଗୁଡିକ ହେଲା ପୁରୀ , ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡା , ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ , ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନଗିରି, ଜଗତସିଂହପୁର, କଟକ, ସୁନ୍ଦରଗଡ, କେଉଁଝର, ମୟୂରଭଞ୍ଜ । ୬ ରେ ଦକ୍ଷିଣ ଓଡିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ବେଳେ ୭ ତାରିଖରେ ବର୍ଷାର ବିସ୍ତୃତି ଏବଂ ପରିମାଣ ବଢିବ । ପ୍ରବଳ ବର୍ଷା ନେଇ ପୁରୀ, ଗଞ୍ଜମ , ଗଜପତି , ଜଗତସିଂହପୁର, ମାଲକାନଗିରି , କୋରାପୁଟ , ଖୋର୍ଦ୍ଧା ଜିଲ୍ଲା ପାଇଁ ଅରେଞ୍ଜ ଚେତାବନୀ ଜାରି ହୋଇଛି । ଅନ୍ୟପଟେ ପାଣିପାଗ ବିଶେଷଜ୍ଞଙ୍କ ୭ ତାରିଖରୁ ୧୦ ଭିତରେ ପ୍ରବଳରୁ ଅତି ପ୍ରବଳ ସମ୍ଭାବନା ରହିଛି ।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..