ରିପୋର୍ଟ କାର୍ଡ / ଭୁବନେଶ୍ବର
ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ୧୭ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ମଙ୍ଗଳବାରଠୁ ରାଜ୍ୟରେ ବର୍ଷା ବଢ଼ିବ। ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାେବଳେ ଅନ୍ୟ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସୋମବାର ପୂର୍ବାହ୍ଣରେ ରାଜ୍ୟରେ ଟାଣଖରା ଅନୁଭୂତ ହୋଇଛି। ବୌଦ୍ଧରେ ସର୍ବାଧିକ ତାପମାତ୍ରା ୩୬.୮ଡିଗ୍ରୀ ଥିବାବେଳେ ଭବାନୀପାଟଣା ୩୬.୫, ସମ୍ବଲପୁର ୩୬ ଏବଂ ଭୁବନେଶ୍ବରରେ ୩୬.୪ଡିଗ୍ରୀ ରହିଛି। ଅଧିକାଂଶ ଜିଲ୍ଲାରେ ସର୍ବାଧିକ ତାପମାତ୍ରା ୩୫ ଡିଗ୍ରୀ ଉପରେ ଥିଲା। ଅପରାହ୍ଣରେ ଭୁବନେଶ୍ବର ସହିତ ଦାରିଙ୍ଗବାଡ଼ି, ପାରଳାଖେମୁଣ୍ଡିରେ ହାଲୁକା ବର୍ଷା ହୋଇଛି। ଭୁବନେଶ୍ବର ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ନବରଙ୍ଗପୁର, ଗଜପତି, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଏବଂ ଗଞ୍ଜାମ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ସତର୍କତା ଜାରି ହୋଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ଢେଙ୍କାନାଳ, ବୌଦ୍ଧ, ସୁବର୍ଣ୍ଣପୁର, ମୟୂରଭଞ୍ଜ, ନୂଆପଡ଼ା ଏବଂ ବଲାଙ୍ଗିର ଜିଲାକୁ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ପାଣିପାଗ କେନ୍ଦ୍ରର ନିର୍ଦେଶିକା ଡ.ମନୋରମା ମହାନ୍ତି କହିଛନ୍ତି।






More Stories
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..