ରିପୋର୍ଟ କାର୍ଡ / ପୁରୀ
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଚଳଚଞ୍ଚଳ ହୋଇପଡିଛି ଶ୍ରୀକ୍ଷେତ୍ର ପୁରୀ। ଆଜି ମହାପ୍ରଭୁ ଭକ୍ତ ମାନଙ୍କୁ ରାଜରାଜେଶ୍ଵର ବେଶରେ ଦର୍ଶନ ଦେଉଛନ୍ତି। ଏହି ଦୁର୍ଲଭ ସୁନାବେଶ ଦେଖିବା ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ସମାଗମ ହୋଇଛି । ହରିବୋଲ, ହୁଳହୁଳି ସହିତ ଭକ୍ତଙ୍କ ସଂକୀର୍ତ୍ତନ ଶୋଭାଯାତ୍ରାରେ ଶ୍ରୀକ୍ଷେତ୍ରରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି। ଭକ୍ତଙ୍କ ଭିଡକୁ ଦେଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଅନ୍ୟପଟେ ଆଜି ଭୋରୁ ମହୋଦଧିରେ ଲକ୍ଷାଧିକ ଭକ୍ତ ସ୍ନାନ କରି ଡଙ୍ଗା ଭସାଇଛନ୍ତି । ଚଳିତ ବର୍ଷ ତିଥିରେ କ୍ଷୟ ପଡ଼ିଥିବାରୁ ମହାପ୍ରଭୁଙ୍କ ଲକ୍ଷ୍ମୀ ନୃସିଂହ ବେଶ ଅନୁଷ୍ଠିତ ହୋଇପାରିବନାହିଁ। ଏହି ବେଶକୁ ଚଳିତ ବର୍ଷ ଅଗଣିତ ଭକ୍ତ ଦେଖିବାରୁ ବଞ୍ଚିତ ହେବେ ବୋଲି ସୂଚନା ମିଳିଛି।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……