ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜୁ ଜନତା ଦଳରୁ ବହିଷ୍କୃତ ହୋଇଛନ୍ତି ଧାମନଗର ଉପନିର୍ବାଚନରେ ସ୍ୱାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ | ଦଳ ବିରୋଧୀ କାର୍ଯ୍ୟକ ପାଇଁ ଆଜି ତାଙ୍କୁ ବିଜେଡି ବହିଷ୍କାର କରିଛି | ମିଳିଥିବା ସୂଚନା ମୁତାବକ ଧାମନଗର ଉପନିର୍ବାଚନ ପାଇଁ ଏବେ ପ୍ରଚାର ଜୋରସୋରରେ ଚାଲିଥିବାବେଳେ ବିଜେଡି, ବିଜେପି, କଂଗ୍ରେସ ଭଳି ସ୍ୱାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ ମଧ୍ୟ ଜୋରଦାର ପ୍ରଚାର କରୁଛନ୍ତି | ବିଜେଡି ଟିକେଟରୁ ବଂଚିତ ହେବା ପରେ ଅସନ୍ତୁଷ୍ଟ ଥିଲେ ରାଜେନ୍ଦ୍ର | ଆଉ ତାଙ୍କୁ ମନାଇବା ପାଇଁ ବିଜେଡି ପକ୍ଷରୁ ଉଦ୍ୟମ କରାଯାଇଥିଲେ ବି ନିଜ ନିଷ୍ପତ୍ତିରେ ଅଟଳ ରହିଥିଲେ ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ। ପ୍ରାର୍ଥୀପତ୍ର ଦାଖଲ ପରେ ବି ବିଜେଡି ଆଶା ରଖିଥିଲା ଯେ ରାଜେନ୍ଦ୍ର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବେ | କିନ୍ତୁ ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ କିନ୍ତୁ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିନଥିଲେ | ଶେଷରେ ଆଜି ତାଙ୍କୁ ବିଜେଡିରୁ ଦଳ ବିରୋଧୀ କାର୍ଯ୍ୟକଳାପ ଅଭିଯୋଗରେ ବିଦା କରାଯାଇଛି |






More Stories
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..
ସମ୍ବଲପୁର ତହସିଲ ଦୁଇ ଭାଗ…..
ନବୀନଙ୍କୁ କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ…..