ରିପୋର୍ଟ କାର୍ଡ / ଭୁବନେଶ୍ୱର
ସୁପରଷ୍ଟାର ରଜନୀକାନ୍ତଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି । ରଜନୀକାନ୍ତ ଦାଦା ସାହେବ ଫାଲକେ ପୁରସ୍କାର ପାଇଁ ମନୋନୀତ ହେବା ପରେ ଟ୍ବିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଟ୍ବିଟ୍ ଲେଖିଛନ୍ତି, ଦାଦା ସାହେବ ଫାଲକେ ପୁରସ୍କାର ପାଇଁ ମନୋନୀତ ହୋଇଥିବାରୁ ମହାନ୍ ଅଭିନେତା ରଜନୀକାନ୍ତଙ୍କୁ ଶୁଭେଚ୍ଛା । ଭାରତୀୟ ସିନେମାର ଅଭିବୃଦ୍ଧି ପାଇଁ ଅଭିନେତା ରଜନୀକାନ୍ତଙ୍କର ଅତୁଳନୀୟ ଅବଦାନ ରହିଛି । ଯେଉଁଥିପାଇଁ ଆଜି ତାଙ୍କର ଅଛନ୍ତି ଲକ୍ଷ ଲକ୍ଷ ଫ୍ୟାନ୍। ସାଉଥ୍ ସୁପରଷ୍ଟାର ରଜନୀକାନ୍ତଙ୍କୁ ଦାଦା ସାହେବ ଫାଲକେ ପୁରସ୍କାର ନେଇ ଆଜି କେନ୍ଦ୍ର ସୂଚନା ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର ଘୋଷଣା କରିଛନ୍ତି । ରଜନୀକାନ୍ତ ୨୦୧୯ ଦାଦାସାହେବ ଫାଲକେ ପୁରସ୍କାର ପାଇବେ । ସେଥିପାଇଁ ମୁଁ ବହୁତ ଖୁସି ।
More Stories
ତିନି ମାସ ଅପେକ୍ଷା କରିବେ ସରକାର …..
ଆଜି ପୃଥିବୀକୁ ଫେରିବେ ଶୁଭାଂଶୁ…..
ଜୀବନ ଯୁଦ୍ଧରେ ହାରିଗଲେ FM ଛାତ୍ରୀ…….