ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ସାଧାରଣ ନିର୍ବାଚନ ପାଇଁ ତାରିଖ ପାଖେଇ ଆସୁଥିବେଳେ କ୍ୟାମ୍ପେନ୍ରେ କମ୍ପୁଛି ମଇଦାନ। ଆଜି ଓଡ଼ିଶା ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ କେନ୍ଦ୍ର ପରିବେଶ ଓ ଜଙ୍ଗଲ ମନ୍ତ୍ରୀ ଭୂପେନ୍ଦ୍ର ଯାଦବ। ରାଜନାଥ ସିଂ ପୁରୀ ଲୋକସଭା ଅନ୍ତର୍ଗତ ରଣପୁର ନିର୍ବାଚନମଣ୍ଡଳୀ ଯାଇ ନିର୍ବାଚନ ପ୍ରଚାର କରିବେ।। ଅପରାହ୍ନ ୫ଟାରେ ରଣପୁର ଥାନା ସମ୍ମୁଖ ପଞ୍ଚୁଦୋଳ ପଡିଆରେ ଆୟୋଜିତ ବିଜୟ ସଙ୍କଳ୍ପ ସମାବେଶରେ ଯୋଗ ଦେବେ ରାଜନାଥ।ସେହିପରି କଳାହାଣ୍ଡି ଯିବେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ। ଦିନ ୧୧ଟାରେ ଧର୍ମଗଡ଼ କଲେଜ ପଡିଆ ଏବଂ ଅପରାହ୍ନ ସାଢେ ୩ଟାରେ ଜୟପାଟଣାଠାରେ ନିର୍ବାଚନ ପ୍ରଚାର କରିବେ ଭୂପେନ୍ଦ୍ର ଯାଦବ।ଅନ୍ୟପକ୍ଷରେ ଆଜି ରାଜଧାନୀରେ ମେଗା ରୋଡ୍ ଶୋ’ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜ୍ୟ ବିଜେପି କାର୍ଯ୍ୟାଳୟରୁ ବାଣୀବିହାର ଯାଏଁ ହେବ ବିଶାଳ ରାଲି। ସାମିଲ ହେବେ ୨ ଲକ୍ଷରୁ ଅଧିକ କାର୍ଯ୍ୟକର୍ତ୍ତା।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..