ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କମେଡିଆନ ରାଜୁ ଶ୍ରୀବାସ୍ତବ ଙ୍କ ପରଲୋକ ହୋଇଛି | ଦିଲ୍ଲୀ ଏମସରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ରାଜୁଙ୍କର ଦେହାନ୍ତ ହୋଇଛି | ଏ ନେଇ ତାଙ୍କ ପରିବାର ପକ୍ଷରୁ ଖବର ମିଳିଛି | ମୃତ୍ୟୁ ବେଳେକୁ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା | ଛାତିରେ ଯନ୍ତ୍ରଣା ହେବାରୁ ସେ ଅଗଷ୍ଟ ୧୦ ତାରିଖରେ ଦିଲ୍ଲୀ ଏମସରେ ଆଡମିଟ ହୋଇଥିଲେ | ସୂଚନାଯୋଗ୍ୟ, ଜିମ୍ରେ କସରତ କରୁଥିବା ବେଳେ ଛାତିରେ କଷ୍ଟ ହେବାରୁ ତଳେ ପଡ଼ିଯାଇଥିବା ରାଜୁଙ୍କୁ ଅଗଷ୍ଟ ୧୦ ତାରିଖ ଦିନ ଦିଲ୍ଲୀ ‘ଏମ୍ସ୍’ରେ ଭର୍ତ୍ତି କରାଯାଇଥିଲା।ସେ ହୃଦ୍ଘାତରେ ଶିକାର ହୋଇଥିବା କଥା ଜଣାପଡ଼ିବା ପରେ ତାଙ୍କୁ ୧୫ ଦିନ ଧରି ‘ଭେଣ୍ଟିଲେଟର୍ ସପୋର୍ଟ’ରେ ରଖାଯାଇଥିଲା। ଏହା ପରେ ତାଙ୍କର ଚେତା ଫେରିଥିଲା। କିନ୍ତୁ, ସେପ୍ଟେମ୍ବର ପହିଲାରେ ଜ୍ବର ହେବାରୁ ପୁଣି ତାଙ୍କୁ ‘ଭେଣ୍ଟିଲେଟର୍ ସପୋର୍ଟ’ରେ ରଖାଯାଇଥିଲା। ରାଜୁ ଶ୍ରୀବାସ୍ତବଙ୍କ ମୁଖ୍ୟ ପରାମର୍ଶଦାତା ଅଜିତ ସାକ୍ସେନା କହିଛନ୍ତି ଯେ, ଡାକ୍ତରମାନଙ୍କ ସକଳ ଚେଷ୍ଟା ସତ୍ତ୍ବେ ହାସ୍ୟାଭିନେତାଙ୍କୁ ବଞ୍ଚାଇ ହେଲାନାହିଁ।






More Stories
ବିଜେପି ବିରୋଧରେ ସାରା ଦେଶରେ ବିକ୍ଷୋଭ……
କଂଗ୍ରେସ ସାଂସଦଙ୍କୁ ହ୍ୱିପ୍ ଜାରି……
କର୍ମଚାରୀଙ୍କ ପାଇଁ ଘରୁ କାମ ବାଧ୍ୟତାମୂଳକ……