ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଦିନ ୧୧ଟାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି ରାଜ୍ୟ ନିର୍ବାଚନ କମିଶନ। ଏହି ବୈଠକରେ ରାଜ୍ୟ ମୁଖ୍ୟ ଶାସନ ସଚିବ, ସ୍ୱାସ୍ଥ୍ୟ ସଚିବଙ୍କ ସହ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ । ଖବର ଅନୁଯାୟୀ, ରାଜ୍ୟରେ କରୋନା ସଂକ୍ରମଣ ଏବେ ଦ୍ରୁତ ଗତିରେ ବଢିବାରେ ଲାଗିଛି । ଯାହାକୁ ନେଇ ସାଧାରଣଲୋକଙ୍କ ମନରେ ଭୟ ସୃଷ୍ଟି ହୋଇଛି । ଆଉ କିଛି ଦିନରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏନେଇ କିଛି ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇପାରେ | ନିର୍ବାଚନତାରିଖ ଘୋଷଣା କରିବା ପୂର୍ବରୁ ସବୁ ଦିଗକୁ ନେଇ ତର୍ଜମା ହେବ ବୋଲି ସୂଚନା ମିଳିଛି । ସେହିପରି ଆସନ୍ତା ୧୦ ତାରିଖରେ ସର୍ବଦଳୀୟ ବୈଠକ ଡାକିଛନ୍ତି ନିର୍ବାଚନ କମିଶନର । ପରେ ୧୨ ତାରିଖରେ ବରିଷ୍ଠ ଅଧିକାରୀଙ୍କ ସହ ପଞ୍ଚାୟତ ନିର୍ବାଚନ ନେଇ ମାନସ ମନ୍ଥନ ହେବ । ଏହାପରେ ନିର୍ବାଚନ ତାରିଖ ଘୋଷଣା ହେବ ବୋଲି ସୂଚନା ମିଳିଛି ।
More Stories
ଗରିବଙ୍କ କୁଡ଼ିଆରେ ଫଟୋ ଉଠାଇ ଆନନ୍ଦ ପାଆନ୍ତି,ଗରିବଙ୍କ ଉପରେ ଭାଷଣ ବୋରିଂ……
ଆସନ୍ତାକାଲି ଦିଲ୍ଲୀ ନିର୍ବାଚନ,ହନୁମାନ ଙ୍କୁ ପୂଜାର୍ଚ୍ଚନା କଲେ କେଜ୍ରିୱାଲ୍……
ଭିଜିଲାନ୍ସ ଜାଲରେ ଏଏସଆଇ……