ରିପୋର୍ଟ କାର୍ଡ / ଭୁବନେଶ୍ୱର
ଡିସେମ୍ବର ୨୦ ତାରିଖରେ ହେବ ରାଜ୍ୟସଭା ପାଇଁ ଉପନିର୍ବାଚନ। ଓଡ଼ିଶା ସମେତ ୪ ରାଜ୍ୟରେ ଖାଲି ପଡ଼ିଥିବା ୬ଟି ଆସନ ହେବ ଉପନିର୍ବାଚନ। ଆନ୍ଧ୍ରପ୍ରଦେଶ, ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ହରିୟାଣାରେ ଅନୁଷ୍ଠିତ ହେବ ରାଜ୍ୟସଭା ଉପନିର୍ବାଚନ।ଏନେଇ ଆଜି କାର୍ଯ୍ୟନିର୍ଘଣ୍ଟ ପ୍ରକାଶ ପାଇଛି। ବିଜେଡିର ପୂର୍ବତନ ସାଂସଦ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେବା ପରେ ଗୋଟିଏ ଆସନ ଖାଲିପଡ଼ିଛି। ଏଥିପାଇଁ ଡିସେମ୍ବର ୨୦ ତାରିଖରେ ରାଜ୍ୟସଭା ପାଇଁ ଉପନିର୍ବାଚନ ହେବ । ଘୋଷିତ କାର୍ଯ୍ୟନିର୍ଘଣ୍ଟ ଅନୁସାରେ ଡିସେମ୍ବରରେ ୨୦ ତାରିଖରେ ରାଜ୍ୟସଭା ପାଇଁ ଉପନିର୍ବାଚନ ହେବ। ଏନେଇ ଡିସେମ୍ବର ୩ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ୧୦ ତାରିଖ ନାମାଙ୍କନର ଶେଷ ତାରିଖ ରହିଛି। ୧୧ ତାରିଖ ନାମାଙ୍କନ ଯାଞ୍ଚ ହେବ ଓ ୧୩ ତାରିଖ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି। ବିଧାନସଭାରେ ସଂଖ୍ୟା ଦୃଷ୍ଟିରୁ ଓଡ଼ିଶାର ରାଜ୍ୟସଭା ଆସନ ବିଜେପି ଖାତାକୁ ଯିବ। ତେବେ କିଏ ରାଜ୍ୟସଭାକୁ ଯିବେ ତାକୁ ନେଇ କଳ୍ପନା ଜଳ୍ପନା ଆରମ୍ଭ ହୋଇଛି। ମମତା ମହାନ୍ତଙ୍କ ପରି ବିଜେପି ସୁଜିତ କୁମାରଙ୍କୁ ରାଜ୍ୟସଭାକୁ ପଠାଇବ ନା ଆଉ କାହାକୁ ପ୍ରାର୍ଥୀ କରିବ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୂଚନାଯୋଗ୍ୟ, ସେପ୍ଟେମ୍ବର ୬ ତାରିଖରେ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ।
More Stories
ନୂଆ ବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ….
ବିଜେଡି କାହିଁ କି ହାରିଲା ଉତ୍ତର ଦେଲେ ନବୀନ,ଠାକୁର ଘରେ କିଏ ନା ମୁଁ କଦଳୀ ଖାଇନି……
ଏଥର ହେବ କଲେଜରେ ନିର୍ବାଚନ…..