ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେଡି ସାଂସଦ ମମତା ମହାନ୍ତ। ମମତାଙ୍କ ଇସ୍ତଫା ନେଇ ଆଜି ରାଜ୍ୟସଭା ଅଧ୍ୟକ୍ଷ ସୂଚନା ଦେଇଛନ୍ତି। ୨୦୨୦ରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ମମତା। କୁଡ଼ୁମୀ ସଂପ୍ରଦାୟର ଟାଣୁଆ ନେତ୍ରୀ ମମତା ମହାନ୍ତ ପରିତିଚ ଥିଲେ। ସେପଟେ ମମତା ମହାନ୍ତ ‘X’ ଲେଖିଛନ୍ତି, ମୁଁ ଆଜି ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛି। ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ମଧ୍ୟ ଇସ୍ତଫା ପତ୍ର ପଠାଇ ଦେଇଛି। ମୋତେ ଜିଲ୍ଲା ପରିଷଦର ସଦସ୍ୟ ଓ ରାଜ୍ୟସଭାର ସଦସ୍ୟ ଭାବେ ସେ ମନୋନୀତ କରି ମୋର ଜିଲ୍ଲା ମୟୂରଭଞ୍ଜ ଏବଂ ରାଜ୍ୟର ସେବା କରିବା ପାଇଁ ସୁଯୋଗ ଦେଇଥିଲେ ବୋଲି ମମତା ଲେଖିଛନ୍ତି।
More Stories
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..
ସୃଷ୍ଟି ହେଲା ଯୋଡ଼ା ଲଘୁଚାପ: ପ୍ରବଳ ବର୍ଷୀବ,ଏହି ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଜାରି…..
୪ ବ୍ୟକ୍ତିଙ୍କୁ ରାଜ୍ୟସଭାକୁ ମନୋନୀତ କଲେ ରାଷ୍ଟ୍ରପତି…..