Report Card Odisha

| Daily Odia News

ପଦ୍ମଶ୍ରୀ, ପଦ୍ମ ଭୂଷଣ ଓ ପଦ୍ମ ବିଭୂଷଣ ରଘୁନାଥ ମହାପାତ୍ରଙ୍କ ପରଲୋକ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ରଙ୍କ ପରଲୋକ ଘଟିଛି । ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ତଥା ରାଜ୍ୟ ସଭା ସଦସ୍ୟ ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ବର୍ଗତ ମହାପାତ୍ର ତାଙ୍କ ନିହଣ ମୂନରେ ଓଡ଼ିଶାର ମହାନ କଳା ପରମ୍ପରାକୁ ବିଶ୍ବବ୍ୟାପୀ କରିଥିଲେ । ଓଡ଼ିଶାର କଳା ଓ ଐତିହ୍ୟକୁ ସମୃଦ୍ଧ କରିବାରେ ତାଙ୍କର ମହନୀୟ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ହୋଇରହିବେ। ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଶ୍ରୀ ମହାପାତ୍ର କରୋନାରେ ଆକ୍ରାନ୍ତ ହୋଇ ଏମ୍ସରେ ଚିକିତ୍ସାଧୀନ ଥିଲେ। ସେ ୭୮ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ପଦ୍ମଶ୍ରୀ, ପଦ୍ମ ଭୂଷଣ ଓ ପଦ୍ମ ବିଭୂଷଣରେ ସମ୍ମାନିତ ହୋଇଛନ୍ତି ରଘୁନାଥ।ସେ ଥିଲେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅନନ୍ୟ ଭକ୍ତ । ସାରା ଦେଶର ବହୁସ୍ଥାନରେ ଜଗନ୍ନାଥ ମନ୍ଦିର ନିର୍ମାଣରେ ତାଙ୍କର ମହତ୍ତ୍ୱପୂର୍ଣ୍ଣ ଯୋଗଦାନ ଥିଲା । ପୁରୀ ଶ୍ରୀ ମନ୍ଦିର ମରାମତିରେ ସେ ମଧ୍ୟ ସହଯୋଗ କରିଥିଲେ । ଗଞ୍ଜାମ ତାରାତାରିଣୀ ମନ୍ଦିର ପୁନଃନିର୍ମାଣରେ ସେ ତାଙ୍କର ଅତୁଳନୀୟ କାରିଗରୀ ଦକ୍ଷତା ପ୍ରଦର୍ଶନ କରିଯାଇଛନ୍ତି । ବାସ୍ତବରେ ସେ ଥିଲେ କଳାଜଗତର ଏକ ବିସ୍ମୟ କର ପ୍ରତିଭା ।

 

Breaking News