ରିପୋର୍ଟ କାର୍ଡ / ଭୁବନେଶ୍ୱର
ମଙ୍ଗଳବାର ରାଜ୍ୟରେ କୋଭିଡ ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କହିଛନ୍ତି କି ଆମେରିକା ଠାରୁ ଆରମ୍ଭ କରି କେରଳ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ କରୋନା ସଂକ୍ରମଣ ବଢିବା ଚିନ୍ତାଜନକ ହୋଇଛି । ତେଣୁ ଏ ପରିସ୍ଥିତିରେ ସମ୍ଭାବ୍ୟ ତୃତୀୟ ଲହର ଠାରୁ ନିରାପଦ ରହିବାକୁ ହେଲେ, କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବାକୁ ହେବ । ଏଥିରେ ସାମାନ୍ୟ ଅବହେଳା ସମସ୍ତଙ୍କ ପାଇଁ ବିପଦର କାରଣ ହୋଇପାରେ | ତେଣୁ ଆମକୁ କରୋନା ନିୟମ ମାନି ଚଳିବାକୁହେବ | ଏହା ହିଁ କୋଭିଡ ବିରୁଦ୍ଧରେ ଲଢିବା ପାଇଁ ସବୁଠାରୁ ଶକ୍ତିଶାଳୀ ଅସ୍ତ୍ର । ଏହାର ଉପଯୁକ୍ତ ପାଳନ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେହିପରି ମହାମାରୀ ସମୟରେ ପିଲାମାନେ ଏପର୍ଯ୍ୟନ୍ତ ଟିକା ନେଇନାହାନ୍ତି । ତେଣୁ ସେମାନଙ୍କ ପାଇଁ ଆମକୁ ଅଧିକ ସତର୍କ ରହିବାକୁ ହେବ । କୋଭିଡ ନିୟମ ପାଳନରେ ଅବହେଳା ଯଦି ଦୃଷ୍ଟିକୁ ଆସେ, ତେବେ ଅନୁଷ୍ଠାନର ମୁଖ୍ୟ ଦାୟୀ ରହିବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇଛନ୍ତି । ପ୍ରଶାସନ ଏଥିପାଇଁ ସ୍ବତନ୍ତ୍ର ଚିମ୍ ଗଠନ କରି ଶିକ୍ଷାନୁଷ୍ଠାନରେ ଯାଞ୍ଚ କରିବେକୁ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ହାଟ ବଜାର, ଧର୍ମାନୁଷ୍ଠାନ, ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଆଦି ଗୁଡିକ ଉପରେ ସତର୍କ ଦୃଷ୍ଟି ରଖିବା ସହିତ ସେଠାରେ କୋଭିଡ ନିୟମ କଡାକଡି ପାଳନ ଉପରେ ପ୍ରଶାସନ ଦୃଷ୍ଟି ରଖିବା ଉପରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସ୍ବାସ୍ଥ୍ୟକର୍ମୀ, ସ୍କୁଲ ଯାଉଥିବା ପିଲା, ଗର୍ଭବତୀ ମହିଳା, ସରକାରୀ କର୍ମଚାରୀ ଏବଂ ପୋଲିସ ନିୟମିତ ଭାବେ ଟେଷ୍ଟିଂ ଜାରି ରଖିବା ପାଇଁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । କେତେକ କ୍ଷେତ୍ରରେ ସ୍ବାସ୍ଥ୍ୟକର୍ମୀଙ୍କ ଭିତରେ ସଂକ୍ରମଣ ନଜରକୁ ଆସୁଛି । ତେଣୁ ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ କାମ କରୁଥିବା ସ୍ବାସ୍ଥ୍ୟକର୍ମୀ ଓ ନମୂନା ସଂଗ୍ରହ କରୁଥିବା ଟିମଙ୍କୁ କୋଭିଡ ନିୟମ ସଂପର୍କରେ ବାରମ୍ବାର ସଚେତନ କରିବା ପାଇଁ ପରାମର୍ଶ ଦେଇଛନ୍ତି । ଏହାସହ ଡେଲ୍ଟା ଭାରିଏଣ୍ଟ ଅଧିକ ସଂକ୍ରମଣ କରୁଥିବାରୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ କରି ନିରନ୍ତର ଦୃଷ୍ଟି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ସେହିପରି ଆଗକୁ ଆସୁଛି ପାର୍ବଣ । ଏହି ସମୟରେ ଅଧିକ ସତର୍କ ରହିବାକୁ ପଡିବ । ଯଦି କୌଣସି ନିୟମରେ ଉଲ୍ଲଂଘନ ହେଉଥିବାର ନଜରକୁ ଆସିବ ତେବେ ରାଜ୍ୟ ସରକାର ପୁଣି ଥରେ ଲକଡାଉନ ପାଇଁ ବାଧ୍ୟ ହେବେ ବୋଲି ସତର୍କ କରାଇଛନ୍ତି ମୁଖ୍ୟମନ୍ତ୍ରୀ ।
More Stories
ଗରିବଙ୍କ କୁଡ଼ିଆରେ ଫଟୋ ଉଠାଇ ଆନନ୍ଦ ପାଆନ୍ତି,ଗରିବଙ୍କ ଉପରେ ଭାଷଣ ବୋରିଂ……
ଆସନ୍ତାକାଲି ଦିଲ୍ଲୀ ନିର୍ବାଚନ,ହନୁମାନ ଙ୍କୁ ପୂଜାର୍ଚ୍ଚନା କଲେ କେଜ୍ରିୱାଲ୍……
ଭିଜିଲାନ୍ସ ଜାଲରେ ଏଏସଆଇ……