ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୧୪୩୭ ନୂଆ ସଂକ୍ରମିତ ଚିହ୍ନଟହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୮ ହଜାର ୭୦୫କୁ ବୃଦ୍ଧି ପାଇଛି । ଆଜି ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୮୩୨ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ ଅଛନ୍ତି ୬୦୫ ଜଣ । ସବୁଦିନ ପରି ଆଜି ବି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୦୯ ଜଣ କରୋନାର ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ଆଜି ଅନୁଗୁଳ ଜିଲ୍ଲାରୁ ୪୭, ବାଲେଶ୍ୱର ଜିଲ୍ଲାରୁ ୬୪, ବରଗଡ଼ ଜିଲ୍ଲାରୁ ୮, ଭଦ୍ରକ ଜିଲ୍ଲାରୁ ୪୭, ବଲାଙ୍ଗିର ଜିଲ୍ଳାରୁ ୪, ବୌଦ୍ଧ ଜିଲ୍ଲାରୁ ୨, କଟକ ଜିଲ୍ଲାରୁ ୧୯୦, ଦେବଗଡ଼ ଜିଲ୍ଲାରୁ ୮,ଢେଙ୍କାନାଳ ଜିଲ୍ଲାରୁ ୨୧, ଗଜପତି ଜିଲ୍ଲାରୁ ୩, ଗଂଜାମ ଜିଲ୍ଲାରୁ ୧୦, ଜଗତସିଂହପୁର ଜିଲ୍ଲାରୁ ୮୬,ଯାଜପୁର ଜିଲ୍ଲାରୁ ୬୬, ଝାରସୁଗୁଡ଼ା ଜିଲ୍ଲାରୁ ୫, କଳାହାଣ୍ଡି ଜିଲ୍ଲାରୁ ୬, କନ୍ଧମାଳ ଜିଲ୍ଲାରୁ ୧୪ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୧, କେନ୍ଦୁଝର ଜିଲ୍ଲାରୁ ୧୯, ଖୋର୍ଦ୍ଧା ଜିଲ୍ଲାରୁ ୪୦୯, କୋରାପୁଟ ଲ୍ଲାରୁ ୫, ମାଲକାନଗିରି ଜିଲ୍ଲାରୁ ୭, ମୟୂରଭଞ୍ଜ ଜିଲ୍ଲାରୁ ୪୦, ନବରଙ୍ଗପୁର ଜିଲ୍ଲାରୁ ୨, ନୟାଗଡ଼ ଜିଲ୍ଲାରୁ ୩୬,ପୁରୀ ଜିଲ୍ଲାରୁ ୧୪୬, ରାୟଗଡ଼ା ଜିଲ୍ଲାରୁ ୧୧, ସମ୍ବଲପୁର ଜିଲ୍ଲାରୁ ୧୬, ସୋନପୁର ଜିଲ୍ଲାରୁ ୧୩, ସୁନ୍ଦରଗଡ଼ ଜିଲ୍ଲାରୁ ୨୯ ଓ ଷ୍ଟେଟ୍ ପୁଲରୁ ୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୯୭୮୭୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୫୬୮୨୮ ଜଣ କରୋନାକୁ ମାତ୍ ଦେଇ ସୁସ୍ଥ ହୋଇଛନ୍ତି । ସେହିପରି ରାଜ୍ୟରେ ଏବେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ରହିଛି ଏଥି ମଧ୍ୟରୁ ୧୫୮୫୮ । ଗତକାଲି ରାଜ୍ୟରେ ୧୮୯୯ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ବର୍ତ୍ତମାନ ସୁଦ୍ଧା ସୁଦ୍ଧା ରାଜ୍ୟରେ ୧୬୦୯୭୪୧୨ଟି ନମୁନା ପରୀକ୍ଷା କରାଯାଇଛି । ସେପଟେ ଆଜି ରାଜ୍ୟରେ ଆଉ ୬୪ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଭଦ୍ରକ, ଖୋର୍ଦ୍ଧା, କଟକରୁ ୮ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ପୁରୀ ଓ ସୁନ୍ଦରଗଡ଼ରୁ ୭ ଲେଖାଏଁ କେନ୍ଦ୍ରାପଡ଼ାରୁ ୪ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଢେଙ୍କାନାଳ ଓ ନୟାଗଡ଼ରୁ ୩ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେଅନୁଗୁଳ, ବାଲେଶ୍ୱର, ବରଗଡ଼, ଝାରସୁଗୁଡ଼ା, ମୟୂରଭଂଜରୁ ୨ ଲେଖାଏଁ କରୋନାରେ ପ୍ରାଣ ହରାଇଛନ୍ତି ।
More Stories
ଗରିବଙ୍କ କୁଡ଼ିଆରେ ଫଟୋ ଉଠାଇ ଆନନ୍ଦ ପାଆନ୍ତି,ଗରିବଙ୍କ ଉପରେ ଭାଷଣ ବୋରିଂ……
ଆସନ୍ତାକାଲି ଦିଲ୍ଲୀ ନିର୍ବାଚନ,ହନୁମାନ ଙ୍କୁ ପୂଜାର୍ଚ୍ଚନା କଲେ କେଜ୍ରିୱାଲ୍……
ଭିଜିଲାନ୍ସ ଜାଲରେ ଏଏସଆଇ……