ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ୧୯୧୭ କରୋନା ପଜିଟିଭ୍ ଚିହ୍ନଟ ହୋଥିବା ବେଳେ ୬୯ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୧,୧୦୯ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍- ୮୦୮ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯,୬୩,୮୫୧ରେ ପହଞ୍ଚିଛି। ତେବେ ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୩୭୭ରେ ପହଞ୍ଚିଛି। ତେବେ ଆକ୍ଟିଭ୍ କେସ୍ ୧୯,୨୬୧ ଥିବାବେଳେ ୯,୩୯,୧୬୦ ଜଣ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୫୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ରାଜ୍ୟରେ ଆଉ ୬୯ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।






More Stories
ଅଧାରେ ଅଟକିଲା ରୁକୁଣା ରଥ: ଆଜି ଅପରାହ୍ନରେ ରଥଟଣା…..
ରିଙ୍କୁ ଉପଅଧିନାୟକ….
ପଶ୍ଚିମବଙ୍ଗ ଯିବେ ମୁଖ୍ୟମନ୍ତ୍ରୀ…..