ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ଆଉ ୭୭୯ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୮ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରୁ ଶୂନ୍ୟରୁ ୧୮ ବର୍ଷ ମଧ୍ୟରେ ୧୦୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସଙ୍ଗରୋଧରୁ ୪୫୪ ଓ ସ୍ଥାନୀୟ ୩୨୫ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୫,୬୫୪କୁ ବୃଦ୍ଧି ପାଇଛି। ୯,୮୯,୮୪୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭,୯୯୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଆଜିର ୬୮ ଆକ୍ରାନ୍ତଙ୍କ ମଧ୍ୟରେ ରହିଛନ୍ତି କଟକ ଜିଲ୍ଲାରୁ ସର୍ବାଧତ୍କ ୨୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧାରୁ ୭ ଜଣ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି ।ସେହିଭଳି ଜଗତସିଂହପୁରରୁ ୬, ଅନୁଗୁଳ ଓ ମୟୂରଭଞ୍ଜରୁ ୫ ଲେଖାଏଁ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳରୁ ୩ ଲେଖାଏଁ, ନୟାଗଡ଼ରୁ ୨, ବୌଦ୍ଧ, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୭,୭୬୫କୁ ବୃଦ୍ଧି ପାଇଛି ।ତେବେ ଆକ୍ରାନ୍ତନଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୫୯, ବରଗଡ଼ରୁ ୫, ଭଦ୍ରକରୁ ୧୫, ବଲାଙ୍ଗିର-ରୁ ୩, ବୌଦ୍ଧରୁ ୨, କଟକରୁ ୮୪, ଦେବଗଡ଼ରୁ ୯, ଢେଙ୍କାନାଳରୁ ୯, ଗଜପତିରୁ ୧, ଗଂଜାମରୁ ୮, ଜଗତସିଂହପୁରରୁ ୩୧, ଯାଜପୁରରୁ ୩୪, ଝାରସୁଗୁଡ଼ାରୁ ୭, କଳାହାଣ୍ଡିରୁ ୧, କନ୍ଧମାଳରୁ ୫, କେନ୍ଦ୍ରାପଡ଼ାରୁ ୨୧, କେନ୍ଦୁଝରରୁ ୧୫, ଖୋର୍ଦ୍ଧାରୁ ୨୫୯, କୋରାପୁଟରୁ ୩, ମାଲକାନଗିରିରୁ ୬, ମୟୂରଭଞ୍ଜରୁ ୨୭, ନୟାଗଡ଼ରୁ ୧୮, ନୂଆପଡ଼ାରୁ ୨, ପୁରୀରୁ ୩୯, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୩, ସୁବର୍ଣ୍ଣପୁରରୁ ୨, ସୁନ୍ଦରଗଡ଼ରୁ ୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
More Stories
ଯୁକ୍ତ ୨ ରେ ୧୦୦ ରୁ ୨୪ ରଖିଲେ ପାସ୍….
ବବି ଦାସ ଭାଇଙ୍କ ନାଁରେ ଏତଲା….
ଗୋଟିଏ ମୋବାଇଲ୍ ନମ୍ବରରେ ଏକାଧିକ ଆକାଉଣ୍ଟ ଥିଲେ ଆସିବନି ଟଙ୍କା…..