Report Card Odisha

| Daily Odia News

ରାଜ୍ୟରେ ୩୫୭୭ କରୋନା ସଂକ୍ରମିତ ଚିହ୍ନଟ…..

ରିପୋର୍ଟ କାର୍ଡ / ଭୁବନେଶ୍ଵର

ରାଜ୍ୟରେ ଦୈନନ୍ଦିନ କରୋନା ସଂକ୍ରମଣ ହ୍ରାସପାଉଛି | ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୫୭୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍‌ରୁ ୨୦୩୯ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କଣ୍ଟାକ୍ସ୍‌ ୧୫୩୮ ରହିଛି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ୮୭୭୫୦୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୧୨୭, ବାଲେଶ୍ୱରରୁ ୨୦୫, ବରଗଡ଼ରୁ ୫୧, ଭଦ୍ରକରୁ ୧୮୬, ବଲାଙ୍ଗୀରରୁ ୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବୌଦ୍ଧରୁ ୫୯, କଟକରୁ ୪୦୭, ଦେବଗଡ଼ରୁ ୧୨, ଢେଙ୍କାନାଳରୁ ୯୬, ଗଜପତିରୁ ୨୯, ଗଞ୍ଜାମରୁ ୨୭, ଜଗତସିଂହପୁରରୁ ୧୦୩, ଯାଜପୁରରୁ ୩୩୭, ଝାରସୁଗୁଡ଼ାରୁ ୧୩, କଳାହାଣ୍ଡିରୁ ୪୧, କନ୍ଧମାଳରୁ ୪୧, କେନ୍ଦ୍ରାପଡ଼ାରୁ ୧୪୧, କେନ୍ଦୁଝରରୁ ୬୧, ଖୋର୍ଦ୍ଧାରୁ ୫୭୧, କୋରାପୁଟରୁ ୫୯, ମାଲକାନଗିରିରୁ ୮୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୟୂରଭଞ୍ଜରୁ ୧୮୭, ନବରଙ୍ଗପୁରରୁ ୫୭, ନୟାଗଡ଼ରୁ ୧୧୪, ନୂଆପଡ଼ାରୁ ୧୯, ପୁରୀରୁ ୨୩୭, ରାୟଗଡ଼ାରୁ ୮୮, ସମ୍ବଲପୁରରୁ ୩୧, ସୋନପୁରରୁ ୨୯, ସୁନ୍ଦରଗଡ଼ରୁ ୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଭାବରେ ଷ୍ଟେଟ୍‌ପୁଲର ସଂଖ୍ୟା ୮୪ ରହିଛି।

Breaking News