ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା କମିଥିବା ବେଳେ ଆଜି ପୁଣି ବଢ଼ିଛି | କିନ୍ତୁ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନାହିଁ |ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୦୧୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ, କଟକ ଓ ନୟାଗଡ଼ରୁ ୫ ଜଣ, ଗଞ୍ଜାମ ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, ବରଗଡ଼, ବୌଦ୍ଧ ଓ ଢେଙ୍କାନାଳରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ବାଲେଶ୍ଵର, ଭଦ୍ରକ ଓ ଝାରସୁଗୁଡାରୁ ୨ ଜଣ ଲେଖାଏଁ ଏବଂ ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ପୁରୀ ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।
Discussion about this post