ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗୋଟିଏ ପଟେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି | ଆଜି ରାଜ୍ୟରେ ୬୮ ଜଣ ନୂଆ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ଏହି ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭ଜଣ ରହିଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୭ଜଣ ରହିଛନ୍ତି । ବରଗଡ଼, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ ରହିଛନ୍ତି । ପୁରୀ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଅନୁଗୁଳ, ଯାଜପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ବଲାଙ୍ଗୀର, କଟକ, ଢେଙ୍କାନାଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, କନ୍ଧମାଳ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
More Stories
ସମଲିଙ୍ଗୀ ବିବାହକୁ ନେଇ ବଡ଼ ରାୟ ଶୁଣାଇଲେ ସୁପ୍ରିମକୋର୍ଟ…..
ଏଜେଣ୍ଡା ନଥିଲେ ଇଣ୍ଡିଆ ମେଣ୍ଟ ଭାଙ୍ଗିଯିବା ଉଚିତ…..
ବ୍ରିଜ ତଳକୁ ଖସିଲା ବସ୍…..