ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କରୋନା ସଂକ୍ରମଣ କମୁଥିବା ବେଳେ ମୃତ୍ୟୁସଂଖ୍ୟା ଉପର ତଳ ହେଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୦୩୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ ରହିଛନ୍ତି । ସେହିପରି ଗଞ୍ଜାମ, ଜଗତସିଂହପୁର ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଭଦ୍ରକ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବରଗଡ଼, ଯାଜପୁର, କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
More Stories
୨ ଗ୍ରାମବାସୀଙ୍କୁ ହତ୍ୟା କଲେ ନକ୍ସଲ…..
ପ୍ରଫେସରଙ୍କ ଘରେ ସିବିଆଇ ରେଡ଼…..
ମୁଖ୍ୟମନ୍ତ୍ରୀଙ୍କ ନାମରେ ମାମଲା ରୁଜୁ…..