ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କରୋନା ସଂକ୍ରମଣ କମୁଥିବା ବେଳେ ମୃତ୍ୟୁସଂଖ୍ୟା ଉପର ତଳ ହେଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୦୩୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ ରହିଛନ୍ତି । ସେହିପରି ଗଞ୍ଜାମ, ଜଗତସିଂହପୁର ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଭଦ୍ରକ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବରଗଡ଼, ଯାଜପୁର, କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।






More Stories
ତୃତୀୟ ଲିଙ୍ଗ ଦେଇପାରିବେ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା…..
ପୁଣି ବଢ଼ିଲା ଡ୍ରପ୍ ଆଉଟ୍…..
ସ୍ବାସ୍ଥ୍ୟ ବିଭାଗର ଗ୍ରୀଷ୍ମ ମୁକାବିଲା ପ୍ରସ୍ତୁତି…..