Report Card Odisha

| Daily Odia News

ରାଜ୍ୟରେ ୬୯୫ ନୂଆ କରୋନା ସଂକ୍ରମିତ ଚିହ୍ନଟ,୬ ମୃତ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯୫ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେମାନଙ୍କ ମଧ୍ୟରେ ସଂଗରୋଧରୁ ୪୦୧ ଓ ସ୍ଥାନୀୟ ସଂକ୍ରମିତ ୨୯୪ ରହିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ବୟସର ୮୩ ଜଣ ରହିଛନ୍ତି। ରାଜ୍ୟର ଅନୁଗୁଳ ଜିଲାରେ ୬, ବାଲେଶ୍ୱର ୩୦, ଭଦ୍ରକ ୧୩ ଓ କଟକରେ ୯୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟର ଦେବଗଡ ଜିଲାରେ ୧, ଢେଙ୍କାନାଳ ୪, ଗଜପତି ୨, ଗଞ୍ଜାମ ୨, ଜଗତସିଂହପୁରରେ ୨୫ ଜଣ ଚିହ୍ନଟ ହୋଇଛନ୍ତି। ଯାଜପୁରରେ ୩୯, ଝାରସୁଗୁଡାରେ ୬, କଳାହାଣ୍ଡି ୨, କନ୍ଧମାଳ ୧, କେନ୍ଦ୍ରାପଡାରେ ୮ ଓ କେନ୍ଦୁଝରରେ ଜଣେ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ୩୨୩, ମାଲକାନଗିରି ୪, ମୟୁରଭଞ୍ଜ ୧୮, ନବରଙ୍ଗପୁର ୧, ନୟାଗଡ ୩, ପୁରୀ ୧୮ ଓ ରାୟଗଡାରେ ୭ ଚିହ୍ନଟ ହୋଇଛନ୍ତି। ସମ୍ବଲପୁର ଜିଲାରେ ୮, ସୋନପୁର ୨, ସୁନ୍ଦରଗଡ ୫ ଓ ଷ୍ଟେଟପୁଲରୁ ୭୬ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଦିନକରେ ୭୧୯ ସୁସ୍ଥ ହୋଇଥିବାବେଳେ ସଂପ୍ରତି ୫୮୭୬ ଜଣ ସକ୍ରିୟ କରୋନା ରୋଗୀ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି | ଆଜିର ୬ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ କଟକ, ଜଗତସିଂହପୁର, ଯାଜପୁର, ଖୋର୍ଦ୍ଧା, କୋରାପୁଟ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି |

Breaking News