ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଦୈନିକ କୋରାନ ସଂକ୍ରମଣ ହ୍ରାସ ପାଇଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ହେଉଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬୮ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୯୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୨୦ଜଣ, ଅନୁଗୁଳ ଏବଂ ଜଗତସିଂହପୁର ଜିଲ୍ଲାରୁ ୯ଜଣ ଲେଖାଏଁ , ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୪ଜଣ ରହିଛନ୍ତି । କେନ୍ଦ୍ରାପଡ଼ା, ମୟୁରଭଞ୍ଜ, କେନ୍ଦୁଝର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ବରଗଡ଼, ଢେଙ୍କାନାଳ, ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । କଳାହାଣ୍ଡି , ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
Discussion about this post