ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୮୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୧୯ଜଣ, ଅନୁଗୁଳ ଜିଲ୍ଲାରୁ ୧୦ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଓ ନୟାଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱର, ଢେଙ୍କାନାଳ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ଯାଜପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ପୁରୀ ୨ଜଣ , କେନ୍ଦୁଝର ଜିଲ୍ଲାରୁ ଜଣେ ରହିଛନ୍ତି ।






More Stories
ଆକାଶମାର୍ଗରୁ ବନ୍ୟାସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ……
ଆଜିଠୁ ଖୋଲିଲା ଭିତରକନିକା…..
ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ….