ରିପୋର୍ଟ କାର୍ଡ / ଭୁବନେଶ୍ୱର
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୯୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ସର୍ବାଧିକ ଅନୁଗୁଳ ଜିଲ୍ଲାରୁ ୮ଜଣ ରହିଥିବା ବେଳେ ଗଞ୍ଜାମ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱର, ପୁରୀ ଜିଲ୍ଲରାୁ ୫ଜଣ ଲେଖାଏଁ ରହିଥିବା ବେଳେ କଟକ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଛନ୍ତି । ବରଗଡ଼, ବଲାଙ୍ଗୀର, କେନ୍ଦ୍ରାପଡ଼ା, କେନ୍ଦୁଝର, ନୟାଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ଜଗତସିଂହପୁର, କଳାହାଣ୍ଡି, ନବରଙ୍ଗପୁର, ସମ୍ବଲପୁର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଯାଜପୁର, କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
Discussion about this post