ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା ରେ ଲାଗୁନି ବ୍ରେକ | ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୪୦ ଜଣ କରୋନାଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୦୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଖୋର୍ଦ୍ଧାରୁ ୯, ବରଗଡ, କଟକ, ନୟାଗଡରୁ ୫ ଜଣ ଲେଖାଏଁ, ଅନୁଗୋଳରୁ ୩, ବାଲେଶ୍ୱର, ଭଦ୍ରକ, ବଲାଙ୍ଗୀର, ବୌଦ୍ଧ, ପୁରୀ, ସୁନ୍ଦରଗଡରୁ ୨ ଜଣ ଲେଖାଏଁ, ଗଞ୍ଜାମରୁ ଜଣେ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୯୩୫୦୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୧୫୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮୫୬୪୯୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୪୧୭୩୮୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।
Discussion about this post