ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ୧୧ ଶହ ଉପରେ କରୋନା ଆକ୍ରାନ୍ତ ଚିହ୍ନଟ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୯୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | କ୍ୱାରେଣ୍ଟିନ୍ରୁ ୬୯୫ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୪୯୮ ରହିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯,୯୨,୩୭୫ରେ ପହଞ୍ଚିଛି। ତେବେ ଆକ୍ଟିଭ୍ କେସ୍ ୧୦,୮୦୯ ଥିବାବେଳେ ୯,୭୪,୭୫୬ ଜଣ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧାରେ ସଂକ୍ରମଣ ଥମିବାର ନାଁ ଧରୁ ନାହିଁ। ଆଜି ଖୋର୍ଦ୍ଧାରୁ ୪୨୫ ନୂଆ ପଜିଟିଭ୍ ହୋଇଛନ୍ତି। କଟକରୁ ୧୬୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୪୯, ବାଲେଶ୍ୱରରୁ ୬୯, ବରଗଡ଼ରୁ ୧୦, ଭଦ୍ରକରୁ ୧୫, ବଲାଙ୍ଗିରରୁ ୯, ବୌଦ୍ଧରୁ ୩, କଟକରୁ ୧୬୧, ଦେବଗଡ଼ରୁ ୫, ଢେଙ୍କାନାଳରୁ ୩୧, ଗଜପତିରୁ ୨, ଗଞ୍ଜାମରୁ ୧୩, ଜଗତସିଂହପୁରରୁ ୫୬, ଯାଜପୁରରୁ ୫୦, ଝାରସୁଗୁଡ଼ାରୁ ୧୦, କନ୍ଧମାଳରୁ ୪, କେନ୍ଦ୍ରାପଡ଼ାରୁ ୨୯, କେନ୍ଦୁଝରରୁ ୨୦, ଖୋର୍ଦ୍ଧାରୁ ୪୨୫, କୋରାପୁଟରୁ ୪, ମାଲକାନଗିରିିରୁ ୩, ମୟୂରଭଞ୍ଜରୁ ୨୨, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୩୯, ନୂଆପଡ଼ାରୁ ୨, ପୁରୀରୁ ୩୪, ରାୟଗଡ଼ାରୁ ୯, ସମ୍ବଲପୁରରୁ ୧୧, ସୁନ୍ଦରଗଡ଼ରୁ ୧୦ ଓ ଷ୍ଟେଟପୁଲରୁ ୯୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
More Stories
ଗରିବଙ୍କ କୁଡ଼ିଆରେ ଫଟୋ ଉଠାଇ ଆନନ୍ଦ ପାଆନ୍ତି,ଗରିବଙ୍କ ଉପରେ ଭାଷଣ ବୋରିଂ……
ଆସନ୍ତାକାଲି ଦିଲ୍ଲୀ ନିର୍ବାଚନ,ହନୁମାନ ଙ୍କୁ ପୂଜାର୍ଚ୍ଚନା କଲେ କେଜ୍ରିୱାଲ୍……
ଭିଜିଲାନ୍ସ ଜାଲରେ ଏଏସଆଇ……