ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୦-୧୮ ବର୍ଷ ଭିତରେ ୧୦୬ ପିଲା କରୋନା ପଜିଟିଭ ଥିବା ନେଇ ଜଣାପଡିଛି । କ୍ୱାରେଣ୍ଟାଇନରୁ ୪୭୫ ଆକ୍ରାନ୍ତ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୩୪୧। ଆଜିର ଆକ୍ରାନ୍ତନକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪ ହଜାର ୮୭୫ରେ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୧ ଓ କଟକରୁ ଚିହ୍ନଟ ହୋଇଛନ୍ତି ୧୧୬ ନୂଆ ଆକ୍ରାନ୍ତ । ଯାଜପୁର ଜିଲ୍ଲାରୁ ୩୧ ଓ ଜଗତସିଂହପୁର ଜିଲ୍ଲାରୁ ଆଉ ୩୪ ସଂକ୍ରମିତ ହୋଇଛନ୍ତି । ଅନୁଗୁଳରୁ ୧୩, ବାଲେଶ୍ବରରୁ ୪୬, ବରଗଡରୁ ୧୩, ଭଦ୍ରକରୁ ୯, ବଲାଙ୍ଗୀରରୁ ୩, ବେଓଗଡ଼ରୁ ୧୩, ଢେଙ୍କାନାଳରୁ ୧୯, ଗଞ୍ଜାମରୁ ୯, ଝାରସୁଗୁଡାରୁ ୧ କଳାହାଣ୍ଡିରୁ ୪, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୨୯, କେନ୍ଦୁଝରରୁ ୧୬, କୋରାପୁଟରୁ ୫, ମାଲକାନଗିରିରୁ ୪, ମୟୁରଭଞ୍ଜରୁ ୨୭, ନୟାଗଡରୁ ୧୨, ନୂଆପଡ଼ାରୁ ୧, ପୁରୀରୁ ୨୦, ରାୟଗଡ଼ାରୁ ୧, ସମ୍ବଲପୁରରୁ ୧୮, ସୁନ୍ଦରଗଡ଼ରୁ ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।






More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..
ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ…..