ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୂର୍ବ-କେନ୍ଦ୍ର ବଙ୍ଗୋପସାଗର ଓ ମିଆଁମାର ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାରେ ପୁଣି ବର୍ଷା ଆରମ୍ଭ ହୋଇଛି। ଆଜି ସକାଳ ସାଢ଼େ ୮ଟାଠାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉତ୍ତର, ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାରେ ବର୍ଷା ସହ କେତେକ ସ୍ଥାନରେ ପ୍ରବଳ ବର୍ଷା ପାଇଁ ସତର୍କ ରହିବାକୁ ସବୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ଅବଗତ କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର। ଆଜି ପାଇଁ ଭଦ୍ରକ, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ସହ କେତେକ ସ୍ଥାନରେ ପାଣିପାଗ ବିଭାଗ ପ୍ରବଳ ବର୍ଷାର ଅନୁମାନ କରିଥିବା କୁହାଯାଇଛି। ସେହିପରି ୧୯ ଓ ୨୦ ତାରିଖ ଦୁଇ ଦିନ ପାଇଁ ରାଜ୍ୟର ୧୬ଟି ଜିଲ୍ଲାକୁ ଦିଆଯାଇଛି ୟେଲୋ ଓ୍ୱାର୍ଣ୍ଣିଂ। ଏସବୁ ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, କନ୍ଧମାଳ, ମାଲକାନଗିରି ଓ କୋରାପୁଟ।






More Stories
ଚଳିତ ରଥଯାତ୍ରା ପାଇଁ ତତ୍ପରତା, ମଗାଗଲା ରିପୋର୍ଟ…..
ଅଶ୍ଳୀଳ ନାଚିଲେ ନିଶା,ବଦଳିଲେ ଉପଜିଲ୍ଲାପାଳ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..